ଆସିଲା ୫୮ ଆକ୍ରାନ୍ତଙ୍କ ତଥ୍ୟ: ୫୭ ଜଣ ପ୍ରବାସୀ, ଜଣେ ସ୍ଥାନୀୟ ବାସିନ୍ଦା

ଭୁବନେଶ୍ବର : ଆଜି ସକାଳୁ ଚିହ୍ନଟ ହୋଇଥିବା ୫୮ ସଂକ୍ରମିତଙ୍କ ଆସିଲା ତଥ୍ୟ। ୫୮ଜଣ ଆକ୍ରାନ୍ତଙ୍କ ମଧ୍ୟରୁ  ଗଞ୍ଜାମ ଜିଲ୍ଲାରୁ ୨୯ ଜଣ, ଅନୁଗୋଳ ଜିଲ୍ଲାରୁ ୧୩ ଜଣ, ବାଲେଶ୍ବର ଜିଲ୍ଲାରୁ ୧୫ ଜଣ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । 

ଆଜି କରୋନା ସଂକ୍ରମଣରେ ରାଜ୍ୟରେ ସମସ୍ତ ରେକର୍ଡ ଭାଙ୍ଗିଛି ଗଞ୍ଜାମ। ଗଞ୍ଜାମ ଜିଲ୍ଲାର ୨୯ଜଣ ଏବଂ ମୟୁରଭଞ୍ଜ ଜିଲ୍ଲାର ଜଣେ ସୁରଟରୁ ଫେରିଥିଲେ । ବାଲେଶ୍ବରରେ ଚିହ୍ନଟ ହୋଇଥିବା ୧୫ ଜଣଙ୍କ ମଧ୍ୟରୁ ୫ଜଣ କର୍ଣ୍ଣାଟକ ଏବଂ ୧୦ ଜଣ ପଶ୍ଚିମବଙ୍ଗ ଫେରନ୍ତା ରହିଛନ୍ତି ।

ସେହିଭଳି ପ୍ରଥମ ଥର ଅନୁଗୋଳ ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୩ଜଣଙ୍କ ମଧ୍ୟରୁ ୧୧ଜଣ ସୁରଟରୁ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ୫୮ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଜଣେ ମାତ୍ର ଅନୁଗୋଳ ଜିଲ୍ଲାର ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଜଣେ ସ୍ଥାନୀୟ ବାସିନ୍ଦା ସଂକ୍ରମିତ ହେବା ପରେ ଜିଲ୍ଲା ପ୍ରଶାସନର ଚିନ୍ତା ବଢିଛି । ଏବେ ଆକ୍ରାନ୍ତ ଜଣକର କଣ୍ଟ୍ରକ୍ ଟ୍ରେସିଂ ଚାଲିଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *