ରାଜ୍ୟରେ ଆଉ ୧୪ କରୋନା ପଜିଟିଭ୍‌ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି

ଭୁବନେଶ୍ୱର : ଆଜି ରାଜ୍ୟରେ ଆଉ ୧୪ ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୧କୁ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି।

ଆଜି ଚିହ୍ନଟ ହୋଇଥିବା ୧୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୨ ଜଣ, ସୁନ୍ଦରଗଡ଼ରୁ ଜଣେ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ନୂଆ ଆକ୍ରାନ୍ତ ଅଛନ୍ତି। ଫଳରେ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ବୃଦ୍ଧି ପାଇଛି। । ଏଥି ସହିତ ସୁନ୍ଦରଗଡ଼ ଜିଲ୍ଲାରେ ଜଣେ ଚିହ୍ନଟ ହେବା ପରେ ଜିଲ୍ଳାରେ ସଂକ୍ରମିିତଙ୍କ ସଂଖ୍ୟାରେ ୧୪ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୮ଜଣ ଚିକିତ୍ସାଧୀନ ଥିବାବେଳେ ୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କେନ୍ଦ୍ରାପଡ଼ା ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ୨ଜଣ ସୁସ୍ଥ ହୋଇଥିବାବେଳେ ୭ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ରବିବାର ବିଭିନ୍ନ ସ୍ଥାନରୁ ୮୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ରବିବାର‌ ଚିହ୍ନଟ ହୋଇଥିବା ୮୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩୬ ଜଣ, ଅନୁଗୋଳ ଜିଲ୍ଲାରୁ ୧୫ ଜଣ, ବାଲେଶ୍ବର ଜିଲ୍ଲାରୁ ୧୫ ଜଣ, ଭଦ୍ରକ ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ବୌଦ୍ଧରୁ ୩ ଜଣ, ପୁରୀ ଜିଲ୍ଲାରୁ ୨ ଜଣ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ରହିଥିଲେ । ଫଳରେ ଗଞ୍ଜାମ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ରେ ପହଞ୍ଚିଥିଲା । ଗଞ୍ଜାମ ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ଗଞ୍ଜାମ ଜିଲ୍ଲାରେ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ସେହିପରି ଅନୁଗୋଳ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୫ରେ ପହଞ୍ଚିଥିଲା । ବାଲେଶ୍ବର ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୨ରେ ପହଞ୍ଚିଥିଲା ।

ସେଥିମଧ୍ୟରୁ ୩୩ଟି ଆକ୍ଟିଭ୍ କେସ୍ ଥିବାବେଳେ ୯ଜଣ ସୁସ୍ଥ ହୋଇଛନ୍ତି। ଭଦ୍ରକ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୧ରେ ପହଞ୍ଚିଥିଲା । ଏଥିମଧ୍ୟରୁ ୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨ ଜଣ ସୁସ୍ଥ ହୋଇଛନ୍ତି । ସେହିଭଳି ଯାଜପୁର ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୬୦ରେ ପହଞ୍ଚିଥିଲା । ଏଥିମଧ୍ୟରୁ ୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଥିଲା । ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ପୁରୀ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଥିଲା । ଏଥିମଧ୍ୟରୁ ୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଛି । ଜିଲ୍ଲାରେ ୮ଟି ଯାକ ଆକ୍ଟିଭ କେସ୍ ରହିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave a Reply

Your email address will not be published. Required fields are marked *