ରାଜ୍ୟରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି ।    ଏନେଇ  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ନୁଆଁ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୫୨, ବାଲେଶ୍ୱରରୁ ୩୩, ସୁନ୍ଦରଗଡରୁ ୭, ଯାଜପୁରରୁ ୭ ଓ କେନ୍ଦୁଝରରୁ ୨ ରହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧୬ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ଓଡ଼ିଶାରେ କରୋନାରେ ୪୧୬ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Leave a Reply

Your email address will not be published. Required fields are marked *