ରାଜ୍ୟରେ ପୁଣି ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ପୁଣି ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩, ଗଞ୍ଜାମରୁ ୪୨, ଭଦ୍ରକରୁ ୯, ଯାଜପୁରରୁ ୧୭, ସୁନ୍ଦରଗଡରୁ ୨ ଜଣ ଥିବା ଜଣାପଡିଛି।

ଏଥି ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଗଞ୍ଜାମରେ ୨୫୨, ଖୋର୍ଦ୍ଧାରେ ୫୩, ଭଦ୍ରକରେ ୪୦, ଯାଜପୁରରେ ୮୮, ସୁନ୍ଦରଗଡରେ ୨୫ ରେ ପହଞ୍ଚିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave a Reply

Your email address will not be published. Required fields are marked *