
ଭୁବନେଶ୍ବର : ରାଜ୍ୟରେ ଆଉ ୬୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି । ଶୁକ୍ରବାର ୪୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର କେନ୍ଦ୍ରାପଡାରେ ୧୩ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ଜିଲ୍ଲାପାଳ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରିଥିଲେ । ୪୮ ସଂକ୍ରମିତ ଗଞ୍ଜାମ, ବାଲେଶ୍ବର, ପୁରୀ, ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ, ନୟାଗଡ ଏବଂ ଦେବଗଡ ଜିଲ୍ଲାର ରହିଛନ୍ତି ।
ଚିହ୍ନଟ ନୂଆ ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୨ଜଣ, ବାଲେଶ୍ୱରରୁ ୧୨ଜଣ, ପୁରୀରୁ ୧୦ଜଣ, ଭଦ୍ରକରୁ ୬ଜଣ, ଯାଜପୁରରୁ ୨ଜଣ, ନୟାଗଡ଼ରୁ ୩ଜଣ, ସୁନ୍ଦରଗଡ଼, କଟକ ଓ ଦେବଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୧୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
