ରାଜ୍ୟରେ ଆଉ ୪୮ କରୋନା ପଜିଟିଭ୍‌ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି

ଭୁବନେଶ୍ୱର : ଆଜି ରାଜ୍ୟରେ ଆଉ ୪୮ ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୬କୁ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ୪୮ଜଣଙ୍କ ମଧ୍ୟରୁ ୪୭ଜଣ କ୍ବାରେଣ୍ଟାଇନ୍ ସେଣ୍ଟରୁ ଚିହ୍ନଟ ହୋଇଥିବା ବେଳେ ଜଣେ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡିଛି।

ଆଜି ଚିହ୍ନଟ ହୋଇଥିବା ୪୮ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ୧୬, ଗଞ୍ଜାମ ଜିଲ୍ଲାରୁ ୧୫,ପୁରୀ ଜିଲ୍ଲାରୁ ୪, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩, ନୟାଗଡ଼ ଜିଲ୍ଲାରୁ ୩, ବଲାଙ୍ଗୀର ଜିଲ୍ଲାରୁ ୨, କନ୍ଧମାଳ ଜିଲ୍ଲାରୁ ୨, ବୌଦ୍ଧ, କଟକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ୍ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୫୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୪ ଜଣଙ୍କର ମୃତ୍ୟୁ ହୋଇଛି।

Leave a Reply

Your email address will not be published. Required fields are marked *