
ମୁମ୍ୱାଇ: ହସ୍ପିଟାଲରେ ଭର୍ତ୍ତି ହେଲେ ବଲିଉଡ ବିଗ୍ ବି ଅମିତାଭ ବଚ୍ଚନ। ମୁମ୍ୱାଇର ନାନାବତୀ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଶନିବାର ସଂଧ୍ୟାରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ହସ୍ପିଟାଲର ମୁଖପାତ୍ର ଏ ନେଇ ସୂଚନା ଦେଇଛନ୍ତି। ସେ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କରୋନା ସଂକ୍ରମିତ ହୋଇଥିବା ନେଇ ସେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି।
ବିଗବିଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କ ପରିବାର ଓ ହସ୍ପିଟାଲ କର୍ମଚାରୀଙ୍କ ଟେଷ୍ଟ କରାଯାଇଛି। ସେମାନଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଥିବା ଟ୍ୱିଟ୍ କରିଛନ୍ତି ଅମିତାଭ୍। ସେହିଭଳି ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ଟେଷ୍ଟ ପାଇଁ ସେ ନିବେଦନ କରିଛନ୍ତି।
୭୭ ବର୍ଷୀୟ ଏହି ବରିଷ୍ଠ କଳାକାରଙ୍କ ଆଗାମୀ ଫିଲ୍ମ ବ୍ରହ୍ମସ୍ତ୍ର ଫିଲ୍ମ ରହିଛି। ଆୟାନ ମୁଖାର୍ଜୀ ନିର୍ଦ୍ଦେଶିତ ଏହି ଫିଲ୍ମରେ ରଣବୀର କପୁର ଏବଂ ଆଲିଆ ଭଟ୍ଟ ରହିଛନ୍ତି। କରୋନା ପାଇଁ ଦେଶରେ ଲକଡାଉନ୍ ରହିଥିଲା ତେଣୁ ଏହି ଫିଲ୍ମ ସୁଟିଂ ଏବେ ସ୍ଥଗିତ ରହିଥିବା ସୂଚନା ରହିଛି।