
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୮୭୩୫ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୯୨ ପଜିଟିଭ ଆକ୍ରାନ୍ତ କ୍ବାରାଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୮୪୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୭୩ ହଜାର ୭୩୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୭୩ ହଜାର ୭୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୯ ହଜାର ୯୫୬ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୬ ଲକ୍ଷ ୮୦ ହଜାର ୯୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୭୫୪ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧,୧୮,୩୫,୩୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି।