ପୂର୍ବତନ ମନ୍ତ୍ରୀ ବିଜୟୀଶ୍ରୀ ରାଉତ ରାୟଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ବିଜୟୀଶ୍ରୀ ରାଉତ ରାୟଙ୍କ ପରଲୋକ ପ୍ରାୟ ଏକ ମାସ ତଳେ ତାଙ୍କୁ କରୋନ ହୋଇଥିଲା । ଏଥିପାଇଁ ସେ ଚିକିତ୍ସାଧୀନ ଥିଲେ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସାଧୀନ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସହୋଇଥିଲା ।

ସେ ଭଦ୍ରକ ବାସୁଦେବପୁର ବିଧାନସଭା ଆସନରୁ ୧୯୯୦ ମସିହାରୁ ବିଧାନସଭାକୁ ଅନେକ ଥର ନିର୍ବାଚିତ ହୋଇ ଆସିଛନ୍ତି । ୧୯୯୦ ମସିହାରୁ ୨୦୧୪ ପର୍ଯ୍ୟନ୍ତ ଲଗାତାର ୬ ଥର ପାଇଁ ସେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୧୯ ମସିହାରେ ତାଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ ଏହି ଆସନରୁ ନିର୍ବାଚନ ଲଢି ଜିତିଥିଲେ । ବିଜଶ୍ରୀ ରାଉତରାୟ ବିଜେଡିର ଉପସଭାପତି ଭାବ ୨୦୨୦ ମସିହାରେ କାର୍ଯ୍ୟଭାର ଗ୍ରହଣ କରିଥିଲେ ।

ନବୀନ ପଟ୍ଟନାୟକଙ୍କ ସରକାରରେ ସେ ଅନେକ ଥର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଭାବେ କାର୍ଯ୍ୟଭାର ତୁଲାଇଛନ୍ତି । ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟ ଙ୍କ ପୁଅ ହେଉଛନ୍ତି ବିଜୟଶ୍ରୀ ରାଉତରାୟ । ୨୦୦୦, ୨୦୦୪, ୨୦୦୯ ଏବଂ ୨୦୧୪ରେ ବିଜେଡି ଟିକେଟ୍‌ରେ ବାସୁଦେବପୁର ନିର୍ବାଚନ ମଣ୍ଡଳରୁ କ୍ରମାଗତ ବିଜୟୀ ହୋଇଥିଲେ।

୧୯୫୩ ମସିହା ଜୁଲାଇ ୨୮ରେ ଜନ୍ମ ଗ୍ରହଣ କରିଥିବା ବିଜେଡିର ଏହି ପୁରୁଖା ନେତା ସରକାରରେ ଅନେକ ବିଭାଗରେ ଗୁରୁତ୍ଵପୂର୍ଣ୍ଣ ମନ୍ତ୍ରୀ ପଦ ସମ୍ଭାଳିଥିଲେ। 

Leave a Reply

Your email address will not be published. Required fields are marked *