ଝାରସୁଗୁଡ଼ାରେ ନବ ଦାସଙ୍କ ପାର୍ଥିବ ଶରୀର

ଝାରସୁଗୁଡ଼ା ଅଫିସ,୩୦ା୧: ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ମରଶରୀର ସୋମବାର ଭୁବନେଶ୍ୱରରୁ ଝାରସୁଗୁଡ଼ା ଅଣାଯାଇଛି। ଝାରସୁଗୁଡ଼ା ବିମାନବନ୍ଦରରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ସରବାହାଲସ୍ଥିତ ତାଙ୍କ ବାସଭବନକୁ ନିଆଯାଉଛି। ଶେଷଦର୍ଶନ ପାଇଁ ହଜାର ହଜାର ଲୋକଙ୍କ ଭିଡ଼ ଲାଗିଛି।

ସୂଚନାଯୋଗ୍ୟ, ବ୍ରଜରାଜନଗରର ଗାନ୍ଧିଛକରେ ରବିବାର ପୂର୍ବାହ୍ନରେ ନବ ଦାସଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଗୋପାଳକୃଷ୍ଣ ଦାସ ନାମକ ଜଣେ ପୋଲିସ ଏଏସ୍‌ଆଇ ଏହି ଗୁଳିମାଡ଼ କରିଥିଲେ। ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱର ଏୟାରଲିଫ୍ଟ କରାଯାଇ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଅସ୍ତ୍ରୋପଚାର ପରେ ମଧ୍ୟ ପ୍ରାଣହାନି ଘଟିଥିଲା।

Leave a Reply

Your email address will not be published. Required fields are marked *