ସରିଲା ଚୈତ୍ର ଯାତ୍ରା: ଆଗାମି ବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର: ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଶେଷ ଚତୁର୍ଥ ପାଳି ହୋଇଥିବା ବେଳେ ଭକ୍ତ ଆର ବର୍ଷକୁ ଅପେକ୍ଷା କରିଛନ୍ତି। ଅନ୍ୟପକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କ ଆର୍ଶିବାଦ ଭିକ୍ଷା କରୁଛନ୍ତି। ଏପରି କି ଶେଷ ପାଳିରେ ମା’ ମହିଷାମର୍ଦ୍ଦିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

ଅନ୍ତମ ପାଳିରେ ରାତି ସାଢେ ଗୋଟାଏରୁ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଷେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ଙ୍କୁ ମହିଷା ମର୍ଦ୍ଦିନୀ ବେଶରେ ସଜ୍ଜିତ କରାଯାଇଥିଲା। ଭୋର ସାଢେ ୪ଟାରେ ସାହାଣ ମେଳା ହୋଇ ମା’ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ରାତି ସାଢେ ୩ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା। କେନ୍ଦ୍ରସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଚନ୍ଦ୍ରଶେଖର କୁମାର ମା’ଙ୍କୁ ଦର୍ଶନ କରିଥିଲେ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଏସ୍‌ପି ଜଗନମୋହନ ମିନା ପ୍ରମୁଖ ଉପସ୍ଥିତ ରହି ଯାତ୍ରାର ପରିଚାଳନା କାର୍ଯ୍ୟ ତଦାରଖ କରିଛନ୍ତି। ଛତ୍ରପୁର ସର୍କିଲର ଦେବୋତ୍ତର ବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର, ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ ଓ ଆଇଆଇସି ପିୟୁସ ରଞ୍ଜନ ଛୋଟରାୟ, ବିଡିଓ ବିଜୟ କୁମାର ବେହେରା, ତହସିଲଦାର ସନ୍ତୋଷ କୁମାର ସାହୁ, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି ପ୍ରମୁଖ ଯାତ୍ରା ପରିଚାଳନା କରୁଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୁବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନାରେ ସାମିଲ ହୋଇଛନ୍ତି।

Leave a Reply

Your email address will not be published. Required fields are marked *