କାଳବୈଶାଖୀ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Read more at: https://od

ଆସୁଛି କାଳବୈଶାଖୀ । ରୁହନ୍ତୁ ସତର୍କ । ଆଉ ୨ ଦିନ କାଳବୈଶାଖୀ ବର୍ଷା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୭ ଜିଲ୍ଲାରେ କାଳବୈଶାଖୀ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଫଳରେ ଏହି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର ।ଉକ୍ତ ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ବର ଓ ମୟୁରଭଞ୍ଜ । ଏହି ଜିଲ୍ଲାମାନଙ୍କ ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା ହେବ । ଏଥି ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଡ଼ ପବନ ହୋଇପାରେ ।ସେହିପରି ୧୧ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ମୟୁରଭଞ୍ଜ ଓ କେନ୍ଦୁଝର । ତେବେ ୧୧ ତାରିଖରୁ ରାଜ୍ୟରେ କାଳ‌ବୈଶାଖୀର ପ୍ରଭାବ କମିବ । ୧୧ ତାରିଖରୁ ପାଗ ଶୁଖିଲା ରହିବା ସହ ଖରା ବଢ଼ିବ । ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ।

Read more at: https://odia

Leave a Reply

Your email address will not be published. Required fields are marked *