ଆସନ୍ତାକାଲିଠୁ ସ୍କୁଲ ଛୁଟି

ଭୁବନେଶ୍ୱର: ଖରା ପାଇଁ ସ୍କୁଲ ଛୁଟି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ଘୋଷଣା କରିଛନ୍ତି । ଆସନ୍ତାକାଲିଠୁ ତିନି ଦିନ ରାଜ୍ୟର ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ ବନ୍ଦ ରହିବ ।

ଆସନ୍ତାକାଲି ଅର୍ଥାତ ଏପ୍ରିଲ ୧୨ ତାରିଖରୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ସେହିପରି ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ ।

ସୂଚନାଯୋଗ୍ୟ ଯେ, ଏପ୍ରିଲ ୧୩ରୁ ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଧୀରେ ଧୀରେ ୩ ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇବ ।

Leave a Reply

Your email address will not be published. Required fields are marked *