ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

 ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ ମାଧ୍ୟମରେ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ।

Leave a Reply

Your email address will not be published. Required fields are marked *