୧୦,୦୦୦ ଉପରେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ ଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୩,୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୫୪୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୫୪୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୩୪,୫୮୯ରେ ପହଞ୍ଚିଛି।ଗତ ୨୪ ‌ଘଣ୍ଟାରେ ୩୮ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୧୯୦କୁ ବୃଦ୍ଧି ପାଇଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୫୦,୬୪୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୭% ରହିଛି।ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୪.୩୯% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୫.୧% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୩,୫୬୨କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୪%।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୭,୭୫୮ହିତାଧିକାରୀଙ୍କୁ ଟିକା ଦିଆଯାଇଛି।‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୦୨,୪୦,୦୧୪ଟି ନମୁନା।

Leave a Reply

Your email address will not be published. Required fields are marked *