ପ୍ରମିଳା ମଲ୍ଲିକଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର (୧୩/୦୫/୨୦୨୩): ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଦୁଇଟି ନୂଆ ଦାଇତ୍ୱ। ଗତକାଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ତାଙ୍କ ଦାଇତ୍ୱ ଭାର କାହାକୁ ଯିବ ପ୍ରଶ୍ନ ସୃଷ୍ଟି ହେଉଥିଲା। ରାଜ୍ୟ ସରକାର ଏହି ଦାଇତ୍ୱ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଦେଇଛନ୍ତି।

ଖବର ଅନୁସାରେ, ଗତକାଲି ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ବିକ୍ରମ କେଶରୀ ଆରୁଖ। ବିକ୍ରମଙ୍କ ପରେ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମଧ୍ୟ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଯାହାକୁ ନେଇ ଅନେକ ଚର୍ଚ୍ଚା ସୃଷ୍ଟି ହୋଇଛି।

Leave a Reply

Your email address will not be published. Required fields are marked *