
ଶ୍ରୀନଗର (ଏଜେନ୍ସି): ଜମ୍ମୁ ଓ କଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ । ଆତଙ୍କବାଦୀଙ୍କ ଗୁଳିରେ ଶହୀଦ ହେଲେ ୩ ଯବାନ । ବର୍ତ୍ତମାନ ଆତଙ୍କବାଦୀଙ୍କୁ ଧରିବା ଲାଗି ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।
ସୂଚନା ଅନୁସାରେ, କୁଲଗାମ ଜିଲ୍ଲାର ଏକ ଜଙ୍ଗଲରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏହାପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀମାନେ ଅତର୍କିତ ଭାବେ ଗୁଳି ଚାଳନା କରିବାରୁ ସେନା ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା। ଗୁଳି ବିନିମୟ ବେଳେ ୩ ଯବାନ ଗୁରୁତର ହୋଇଥିବା ବେଳେ ତୁରନ୍ତ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମାତ୍ର ସେଠାରେ ୩ ଯବାନ ଶହୀଦ ହୋଇଥିବା ଜଣାଯାଇଛି। ଏନେଇ ଶ୍ରୀନଗର ସେନା କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।