ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ଟୁଡେ): ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଓ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଂଗତ ନେତାଙ୍କ ନୟାପଲ୍ଲୀ ସ୍ଥିତ ବାସଭବନକୁ ଯାଇ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପାର୍ଥିବ ଶରୀରକୁ ବିଜେଡି ମୁଖ୍ୟାଳୟ ଶଙ୍ଖ ଭବନ ନିଆଯିବ । ପରେ ବିଧାନସଭା ପରିସରରେ ଗାର୍ଡ ଅଫ୍ ଅନର ଦିଆଗଲା ପରେ ଦିଗପହଣ୍ଡି ନିଆଯାଇ ଅନ୍ତିମ ସଂସ୍କାର କରାଯିବ ।

ତେବେ ଗଞ୍ଜାମ ଜିଲ୍ଲାର ଟାଣୁଆ ନେତା ପୂର୍ବତନ ମନ୍ତ୍ରୀ, ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ରଙ୍କର ୭୫ ବର୍ଷ ବୟସରେ ଶନିବାର ଦିନ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ସଂଧ୍ୟା ୭ଟା ୩୧ରେ ସମୟରେ ଶେଷ ନିଃଶ୍ବାସ ତ୍ୟାଗ କରିଥିଲେ ସୂର୍ଯ୍ୟ ନାରାୟଣ ପାତ୍ର। ତାଙ୍କ ବିୟୋଗରେ ଗଞ୍ଜାମ ଜିଲ୍ଲା ସମେତ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *