ସୁନ୍ଦରଗଡ଼ରେ ଅଟୋକୁ ହାଇୱା ଚାପିଦେବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା

ଭୁବନେଶ୍ବର (ଓଡ଼ିଶା ଟୁଡେ): ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତି ଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ ଜଣକୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି ।

Leave a Reply

Your email address will not be published. Required fields are marked *