ରାଶିଫଳ (୧୩ା୫ା୨୦୨୦, ବୁଧବାର)

ମେଷ– ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ହୋଇପାରେ । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।
ବୃଷ– ଆଜି ଆପଣଙ୍କୁ ନିଜର ପାଖାପଖି କିଛି ଲୋକଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ଅଟେ ,କାରଣ ସେମାନେ ଆପଣଙ୍କ ପ୍ରତିଇର୍ଷାଭାବ ରଖନ୍ତି । ଏଭଳି କଲେ ସବୁ କିଛି ଠିକ୍ ରହିବ ।
ମିଥୁନ– ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
କର୍କଟ– କୌଣସି ଏକ ଅଶୋଭନୀୟ କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ । କାରଣ ସାମାନ୍ୟ କଥାରେ ଆପଣ ଉତ୍ତେଜିତ ହୋଇ ପାରନ୍ତି ଓ ଝଗଡା ହୋଇପାରେ ।ଶାନ୍ତିର ସହ ନିଜର କାଯ୍ୟରେ ନିୟୋଜିତ ରୁହନ୍ତୁ ।
ସିଂହ– ଆଜି ଆପଣ ମାନସିକ କ୍ଷେତ୍ରରେ ଦୃଢ଼ ରହିବେ । ଆପଣଙ୍କ ଯୋଗ୍ୟତା ଓ ଜ୍ଞାନ ବଳରେ ଆପଣଙ୍କ ଆତ୍ମବିଶ୍ୱାସ ବଢ଼ିବ ଓ ତା ସଙ୍ଗେ ଆପଣଙ୍କୁ ଲାଭ ମଧ୍ୟ ମିଳିବ ।
କନ୍ୟା– ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଚାହୁଁଛନ୍ତି, କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇଛି ଆପଣଙ୍କୁ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବା ଜରୁରୀ ।
ତୁଳା– ଆଜି କାଲି ଯେଉଁ ସମସ୍ୟା ବଢି ଚାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚେ଼ଷ୍ଟା କରିବା ଉଚିତ୍ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠିବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି ।
ବିଛା– ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
ଧନୁ– ଛାତ୍ରମାନେ ଅଧ୍ୟୟନରେ ଅଧିକ ଭାରାକ୍ରାନ୍ତ ହୋଇ କ୍ଳାନ୍ତି ଅନୁଭବ କରିବେ ଏବଂ ବିଶ୍ରାମ କରିବେ । ଆଜି ଦିନରେ ସାଂଗ ସାଥିମାନଙ୍କ ସହ ଭ୍ରମଣ କିମ୍ବା ଚାପାନ କରି ମାନସିକ କ୍ଳାନ୍ତି ମେଣ୍ଟାଇବେ । ଏହା ସ୍ୱାସ୍ଥ୍ୟ ପାଇଁ ଭଲ ।
ମକର– ଆଜି ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ସାବଧାନ ରହିବେ ,କାରଣ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।
କୁମ୍ଭ– ଆଜି ଆପଣଙ୍କୁ ଆପଣଙ୍କର କୌଣସି ବନ୍ଧୁ ସାହାଯ୍ୟ ମାଗି ପାରନ୍ତି ।ଏହି ବନ୍ଧୁଙ୍କୁ ବୋଧହୁଏ ଆପଣଙ୍କ ସାହାଯ୍ୟର ଆବଶ୍ୟକତା ଅଛି । ତାହା ସହିତ ଆପଣ ବନ୍ଧୁତ୍ୱ ପୂର୍ଣ୍ଣ ବ୍ୟବହାର କରନ୍ତୁ ଏବଂ ତାଙ୍କ ଭଲ ପାଇଁ ଆପଣ ସବୁପ୍ରକାର ଚେ଼ଷ୍ଟା କରନ୍ତୁ ।
ମୀନ– ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ ।

Leave a Reply

Your email address will not be published. Required fields are marked *