
ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରବିବାର ଚିହ୍ନଟ ୫୯୫ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୧୨୧ରେ ପହଞ୍ଚିଛି। ଆଜି ଚିହ୍ନଟ ୫୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୨୦୧ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
New Recoveries: 388
— I & PR Department, Odisha (@IPR_Odisha) July 12, 2020
Cumulative Tested: 334527
Positive: 13121
Recovered: 8360
Active Cases: 4677
ଆଜି ଚିହ୍ନଟ ୫୯୫ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ପୁଣି ଥରେ ସର୍ବାଧିକ ୨୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୧, ବରଗଡରୁ ୩, ଭଦ୍ରକରୁ ୧୧, ବଲାଙ୍ଗୀର ୧, କଟକରୁ ୧୧, ଗଜପତିରୁ ୨୦, ଜଗତସିଂପୁରରୁ ୫, ଯାଜପୁରରୁ ୯୭, କଳାହାଣ୍ଡିରୁ ୪, କେନ୍ଦ୍ରାପଡାରୁ ୨, କେଉଁଝରରୁ ୩, ଖୋର୍ଦ୍ଧା ୭୬, କୋରାପୁଟରୁ ୪୪, ମାଲକାନଗିରିରୁ ୩୬, ମୟୂରଭଞ୍ଜରୁ ୧୪, ନୟାଗଡରୁ ୫, ପୁରୀରୁ ୧୦, ରାୟଗଡା ଓ ସମ୍ବଲପୁରର ୨ ଜଣ ଲେଖାଏଁ ଏବଂ ସୁନ୍ଦରଗଡରୁ ୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ ଲକ୍ଷ ୩୪ ହଜାର ୫୨୭ଟି ନମୂନା ପରୀକ୍ଷଣ କରାଯାଇ ଥିବା ବେଳେ ୧୩ ହଜାର ୧୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮ ହଜାର ୩୬୦ ଜଣ ସୁସ୍ଥ ହୋଇଥିବା ବେଳେ ୬୪ ଜଣଙ୍କର ମହାମାରୀ କରୋନାରେ ମୃତ୍ୟୁ ହୋଇଛି ଏବଂ ୨୦ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ରାଜ୍ୟରେ ୪ ହଜାର ୬୭୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।