ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ

ଭୁବନେଶ୍ବର (ଓଡ଼ିଶା ଟୁଡେ) : ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହାନ୍ତ । ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖ ଉପସ୍ଥିତ ଥିଲେ। ତେବେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହାନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। ହେଲେ ଆବଶ୍ୟକତା ପଡ଼ିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ନାମାଙ୍କନ ଦାଖଲ ପରେ ମମତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖଙ୍କୁ ନିଜର କୃତଜ୍ଞତା ଜ୍ଞାପନ କରିଥିଲେ ।

Leave a Reply

Your email address will not be published. Required fields are marked *