
ଭୁବନେଶ୍ୱର: ଗୁରୁଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଗାମୀ ୩ ସପ୍ତାହ ମଧ୍ୟରେ ରାଜ୍ୟରେ ୧୬ ହଜାର ୧୦ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ।
ଶିକ୍ଷକଙ୍କ ଅଭାବ ପୂରଣ ପାଇଁ ରାଜ୍ୟରେ ୨୭ ହଜାର ୧୯୭ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ପ୍ରତି ପଞ୍ଚାୟତରେ ମଡେଲ ପ୍ରାଥମିକ ବିଦ୍ୟାଳୟ ହେବା ନେଇ ମୁଖ୍ୟମନ୍ତ୍ରୀ ଗୁରୁଦିବସ ଅବସରରେ ମଧ୍ୟ ସୂଚନା ଦେଇଛନ୍ତି ।
ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ମଡେଲ ସ୍କୁଲ ହେବ। ଏହାର ନାମ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରହିବ ।
ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏଭଳି ୫ ଶହ ସ୍କୁଲ ନିର୍ମାଣ କରାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାତୟରେ ଏଭଳି ସ୍କୁଲ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।