ଅଖିଳ କୁମାର ମିଶ୍ର ପିଆଇବି ଭୁବନେଶ୍ବରର ଅତିରିକ୍ତ ମହାନିର୍ଦ୍ଦେଶକ

ଭୁବନେଶ୍ବର: କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଓ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ଭୁବନେଶ୍ବରର ଅତିରିକ୍ତ ମହାନିର୍ଦ୍ଦେଶକ ଭାବେ ଭାରତୀୟ ସୂଚନା ସେବା ୧୯୯୯ ବ୍ୟାଚ୍‌ର ବରିଷ୍ଠ ଅଧିକାରୀ ଅଖିଳ କୁମାର ମିଶ୍ର ଦାୟିତ୍ବ ଗ୍ରହଣ କରିଛନ୍ତି। ଶ୍ରୀ ମିଶ୍ର ଓଡ଼ିଶାର ଅତିରିକ୍ତ ପ୍ରେସ୍‌ ରେଜିଷ୍ଟ୍ରାର ଜେନେରାଲ ଭାବେ ମଧ୍ୟ କାର୍ଯ୍ୟ କରିବେ। ଓଡ଼ିଶା ସହ ସେ ଝାଡ଼ଖଣ୍ଡର ଅତିରିକ୍ତ ଦାୟିତ୍ବ ମଧ୍ୟ ନିର୍ବାହ କରିବେ ।

ଶ୍ରୀ ମିଶ୍ର ଏହା ପୂର୍ବରୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ ଆକାଶବାଣୀ, ଦୂରଦର୍ଶନ, ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ, ପିଆଇବି ଓ ସିବିସି ଆଦି ଗୁରୁତ୍ବପୂର୍ଣ୍ଣ ବିଭାଗରେ ଦକ୍ଷତାର ସହ କାର୍ଯ୍ୟ ସମ୍ପାଦନ କରି ପ୍ରଶଂସିତ ହୋଇଛନ୍ତି। ଜଣେ  ଗବେଷକ ଭାବରେ ସେ ଆମେରିକାର ବର୍କଲେ ଏବଂ ମ୍ୟାରିଲାଣ୍ଡ ତଥା ଅଷ୍ଟ୍ରେଲିଆର କୁଇନ୍ସଲାଣ୍ଡ ବିଶ୍ବବିଦ୍ୟାଳୟ ପରିଭ୍ରମଣ କରିଛନ୍ତି।
ସେ ଜଣେ ପ୍ରତିଷ୍ଠିତ କବି ଭାବରେ ସୁପରିଚିତ ଓ ତାଙ୍କର ଅନେକ କାବ୍ୟକୃତି ପାଠକୀୟ ଆଦୃତି ଲାଭ କରିଛି ।

Leave a Reply

Your email address will not be published. Required fields are marked *