ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭଞ୍ଜନଗର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଏକାକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ ଚାଲିଥିବା ନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ପ୍ରସନ୍ନ ସ୍ୱାଇଁଙ୍କ ଭଞ୍ଜନଗର ବାଗଦେବୀ ରୋଡ ସ୍ଥିତ ବାସଭବନ ଓ ୩ ମହଲା ଘର, ଭଞ୍ଜନଗରରେ ଥିବା ୩ ମହଲା ଘର, ନିର୍ମାଣାଧାନ ଦୁଇମହଲା ଘର, ବ୍ରହ୍ମପୁରର ତୁଳସୀନଗରରେ ଥିବା ୪ମହଲା ଘର, ଭଞ୍ଜନଗରର ଅଫିସ୍ ଚାମ୍ବର, ଭଞ୍ଜନଗର ରଘୁନାଥ ବିହାରସ୍ଥିତ ସଂପର୍କୀୟଙ୍କ ଘର, ଭଞ୍ଜନଗର ବାଗଦେବୀ ରୋଡ ସ୍ଥିତ ସମ୍ପର୍କୀୟଙ୍କ ଘର ଓ ଭଞ୍ଜନଗର ଥାନା ଅନ୍ତର୍ଗତ ଲୁଦୁଲୁଦି ଠାରେ ଥିବା ପୈତୃକ ଘର ଆଦି ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।

ପ୍ରସନ୍ନଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଟିମ୍ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ଉ କରିଛନ୍ତି। ଏହି ଭିଜିଲାନ୍ସ ଚଢ଼ଉରେ ୭ ଜଣ ଡିଏସପି ଓ ୫ ଜଣ ଏଏସ ଆଇ ଓ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି। ବ୍ରହ୍ମପୁର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍ ଙ୍କ ନିର୍ଦ୍ଦେଶରେ ହୋଇଥିବା ୱାରେଣ୍ଟ ଅନୁଯାୟୀ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ ଜାରି ରହିଛି। ଯାଞ୍ଚ ଶେଷ ହେବା ପରେ ଜବତ ହୋଇଥିବା ସମ୍ପତ୍ତି ପରିମାଣ ଜଣା ପଡ଼ିବ ।

Leave a Reply

Your email address will not be published. Required fields are marked *