
ଭଂଜନଗର (ଓଡ଼ିଶା ଟୁଡେ) : ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇ ଯାଇଛି। ଏହା ଅକ୍ଟୋବର ମାସ ୨ ତାରିଖ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବ। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଉପସ୍ଥିତିରେ ମାଆ ପାଇଁ ଗଛଟିଏ ଏ କାର୍ଯ୍ୟକ୍ରମ ଅନ୍ତର୍ଗତ ୧୪ନଂ ୱାର୍ଡରେ ଚାରା ରୋପଣ କରାଯାଇଛି । ଏହାପରେ ଭଞ୍ଜନଗର ବସଷ୍ଟାଣ୍ଡଠାରେ ସାମୂହିକ ସଫେଇ କାର୍ଯ୍ୟକ୍ରମ ବିଧାୟକ ପ୍ରଦ୍ୟୁମ୍ନ ନାୟକଙ୍କ ସମେତ ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବ୍ଲକ୍ ଅଧ୍ୟକ୍ଷ ନରିସଭା ନାୟକ, ସାଂସଦ ପ୍ରତିନିଧି ସନ୍ତୋଷ ତିଆଡି, ବିଜ୍ଞାପିତ ଅଞ୍ଚଳ ପରିଷଦ ର କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା ଙ୍କ ସମେତ ସମସ୍ତ କାଉନସିଲର ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ର କର୍ମଚାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଏହାପରେ ନିୟନ୍ତ୍ରିତ ବଜାର କମିଟି ପଡ଼ିଆ ଠାରେ ସ୍ବଚ୍ଛତାକୁ ନେଇ ସଚେତନତା ସୃଷ୍ଟି କରିବା ସହ ଭଞ୍ଜନଗର ସହରକୁ ସ୍ୱଚ୍ଛ ଏବଂ ସୁନ୍ଦର ରଖିବାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ କର୍ମଚାରୀ ଅଶୋକ କୁମାର ମହାପାତ୍ର ଉପସ୍ଥିତ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ ।