ସ୍ୱାଧୀନତା ସଂଗ୍ରାମୀ ବାଜି ରାଉତଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳେ ସ୍ୱାଧୀନତା ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ରାଜଧାନୀର ବୁଦ୍ଧ ପାର୍କରେ ଲୋକଙ୍କୁ ଚାରା ବଣ୍ଟନ କରିବା ସହ ବୃକ୍ଷରୋପଣ କରିଛନ୍ତି। ତାଙ୍କ ସହିତ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ଏକାମ୍ର ବିଧାୟକ ବାବୁ ସିଂ, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ପ୍ରମୁଖ ବି ବୃକ୍ଷରୋପଣ କରିଛନ୍ତି ।

ଏହାଛଡ଼ା ସେ ୟୁନିଟ୍-୮ରେ ଥିବା ସ୍ୱାଧୀନତା ସଂଗ୍ରାମୀ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି।ଏଣେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ନିଜର ‘ଏକ୍ସ’ରେ ସ୍ୱାଧୀନତା ସଂଗ୍ରାମୀ ବାଜି ରାଉତଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, ଦେଶର କନିଷ୍ଠତମ ଶହୀଦ ତଥା ଓଡ଼ିଶାର ବୀର ସ୍ୱାଧୀନତା ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି। ବାଜି ରାଉତଙ୍କ ସାହସ, ବୀରତ୍ୱ ଏବଂ ବଳିଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଅନନ୍ତ ଉତ୍ସ । ଦେଶ ମାତୃକା ପାଇଁ ତାଙ୍କର ବଳିଦାନ ଯୁବପିଢିଙ୍କୁ ସର୍ବଦା ପ୍ରେରଣା ଯୋଗାଇବ ।

Leave a Reply

Your email address will not be published. Required fields are marked *