ପୂର୍ବତନ ବିଧାୟକ ଧନେଶ୍ବର ମାଝୀଙ୍କ ପରଲୋକ

ଭବାନୀପାଟଣା: କଳାହାଣ୍ଡିର ଜଣାଶୁଣା ରାଜନେତା ଧନେଶ୍ୱର ମାଝୀଙ୍କର ଆଜି ସକାଳେ ପରଲୋକ ହୋଇଥିବାର ଖବର ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ନର୍ଲା ଓ କେସିଙ୍ଗାରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୭୧, ୧୯୭୪, ୨୦୦୦, ୨୦୦୪ ଓ ୨୦୧୪ ନିର୍ବାଚନରେ ସେ ବିଜୟୀ ହୋଇଥିଲେ। କେସିଙ୍ଗା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ଜଣାଯାଇଛି ।

ଏହାଛଡ଼ା ସେ ରାଜ୍ୟସଭା ସାଂସଦ ମଧ୍ୟ ଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

Leave a Reply

Your email address will not be published. Required fields are marked *