କଟକରେ ଚାଲିଛି ମା ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା

କଟକ: କଟକରେ ମା ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା ଗତକାଲି ରାତିରୁ ଆରମ୍ଭ ହୋଇଥିବାର ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳ ସୁଦ୍ଧା କଟକ କାଠଯୋଡ଼ି ଦେବୀଗଡ଼ାରେ ୧୫ଟି ମୃଣ୍ମୟ ମୂର୍ତ୍ତିଙ୍କୁ ବିସର୍ଜନ କରାଯାଇସାରିଲାଣି। ଏବେ ବିଭିନ୍ନ ପୂଜାମଣ୍ଡପର ମା ଦୁର୍ଗା ସାହି ବୁଲୁଛନ୍ତି। ତାପରେ କାଠଯୋଡ଼ି ଦେବୀଗଡ଼ାରେ ବିସର୍ଜନ କରାଯିବ। ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ମା ଦୁର୍ଗା। କଟକ ସହର ଏବେ ପାରମ୍ପରିକ ବାଦ୍ୟର ଧ୍ବନିରେ କମ୍ପୁଛି। ବିଭିନ୍ନ ମଣ୍ଡପରୁ ଦୁର୍ଗାଙ୍କ ଭସାଣି ଯାତ୍ରା ଜାରି ରହିଛି। ଆଜି ଦେବୀଗଡ଼ା ଘାଟଠାରେ ବିସର୍ଜନ ପର୍ବ ଅନୁଷ୍ଠିତ ହେଉଛି।ଏଣେ ଭସାଣିକୁ ନେଇ ବ୍ୟାପକ ପ୍ରସ୍ତୁତି ମଧ୍ୟ କରାଯାଇଛି। ଦେବୀଗଡ଼ାଠାରେ ପୂର୍ବରୁ ୩ଟି କୁତ୍ରିମ ପୋଖରୀ ପ୍ରସ୍ତୁତ ହୋଇଛି। ରାସ୍ତାଘାଟ ସଫା କରାଯାଇଛି। ଦେବୀଗଡ଼ାଠାରେ ଆଲୋକୀକରଣ, ପବ୍ଲିକ ଶୌଚାଳୟର ବ୍ୟବସ୍ଥା କରିଛି କଟକ ମହାନଗର ନିଗମ। କଟକରେ ୧୫୦ରୁ ଅଧିକ ମଣ୍ଡପରେ ପୂଜା ପାଉଥିବା ଦୁର୍ଗାଙ୍କୁ ମୃଣ୍ମୟୀ ମୂର୍ତ୍ତି ଆଜି ବିସର୍ଜିତ ହେବ। କଟକରେ ଏଥିଲାଗି ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି ।

Leave a Reply

Your email address will not be published. Required fields are marked *