ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୩ରେ ନେଇପାରେ ବାତ୍ୟାର ରୂପ

ଭୁବନ‌େଶ୍ବର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକାଳ ୫ଟା ୩୦ ମିନିଟ୍ ସମୟରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ପ୍ରଭାବରେ ସୋମବାର ସକାଳ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳେ ଅବପାତ ଏବଂ ୨୩ ତାରିଖରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି ।

ଏହା ପରେ ଉତ୍ତରପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ଭୋର ସମୟରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ତଥା ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସ୍ଥଳଭାଗ ଛୁଇଁବ। ଘୂର୍ଣ୍ଣିବଳୟ ଯଦି ବାତ୍ୟାର ରୂପ ନିଏ, ତେବେ ଏହାର ନାମ ‘ଦାନା’ ରଖାଯିବ। ଉତ୍ତର ଭାରତ ମହାସାଗରରେ ସୃଷ୍ଟି ଘୂର୍ଣ୍ଣିଝଡ଼ ନାମ ତାଲିକା ଅନୁସାରେ, ଏହାର ନାମ ‘ଦାନା’ ରହିବ। ମଧ୍ୟପ୍ରାଚ୍ୟ ଦେଶ କାତାର୍ ପକ୍ଷରୁ ଏହି ନାମକରଣ ହୋଇଛି। ଆରବୀ ଭାଷାରେ ‘ଦାନା’ର ଅର୍ଥ ନିଖୁଣ ମୂଲ୍ୟବାନ ମୋତି ବା ମୁକ୍ତା ବୋଲି କୁହାଯାଉଛି ।

Leave a Reply

Your email address will not be published. Required fields are marked *