
ଭୁବନେଶ୍ବର: ବାତ୍ୟା ‘ଦାନା’କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଏହା ପୁରୀ- ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି। ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା ।
ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ ବୋଲି କୁହାଯାଇଛି। ଅତିବେଶିରେ ୧୨୦ କିଲୋମିଟର ଛୁଇାପାରେ ପବନର ଗତି।ବାତ୍ୟା ‘ଦାନା’ର ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରହିଛି ରେଡ୍ ୱାର୍ଣ୍ଣିଂ। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଓ ଯାଜପୁରକୁ ରେଡ ୱାର୍ଣ୍ଣିଂ ରହିଛି ।