ଜନହିତରେ ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ

ଭଞ୍ଜନଗର (ଓଡ଼ିଶା ଟୁଡେ) : ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୯୫ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍‌ତିଗତ ଅଭିଯୋଗ ୧୭୯ଟି ଥିବାବେଳେ, ଗ୍ରାମୀୟ ଅଭିଯୋଗ ୧୬ ଟି ଥିଲା, ଜିଲ୍ଲାପାଳ ତ୍ବରିତ ୮ଟି ଅଭିଯାଗର ଫଇସଲା କରିଥିଲେ। 1/1 ଆଜିର ଅଭିଯାଗ ସମୟରେ ଜିଲ୍ଲାପାଳ, ରେଡକ୍ରସ ପାଣ୍ଠିରୁ ଜଣଙ୍କୁ ୧୦୦୦୦ (ଦଶ ହଜାର ଟଙ୍କା ) ଏବଂ ଅନ୍ୟ ଜଣଙ୍କୁ ୫୦୦୦ (ପାଞ୍ଚ ହଜାର ଟଙ୍କା) ପ୍ରଦାନ କରିଥିଲେ, ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ ।

ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ, ଭଞ୍ଜନଗର ଅତରିକ୍ତ ଉପଜିଲ୍ଲାପାଳ ବିଶ୍‌ରଂଜନ କର ଭଞ୍ଜନଗର, ଏସ.ଡ଼ି.ପି.ଓ. ସୁଜିତ କୁମାର ନାୟକ, ଦକ୍ଷିଣ ବନଖଣ୍ଡ ଅଧିକାରୀ ବିନୋଦ ଆଶ୍ଚର୍ଯ୍ୟ ,ଉତ୍ତର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ଅମିତା ପଟ୍ଟନାଏକ, ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପ‌ଥୀ, ଇଂଜନଗର ବି.ଡି.ଓ ମନ୍ମଥ କୁମାର ନାୟକ, ତହସିଲଦାର ଉମାଶଙ୍କର ବେହେରା, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର, ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *