
ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।ଏହା ପୁରୀ-ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ। ଅତି ଭୀଷଣ ରୂପ ନେଇ ବାତ୍ୟା ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ ।
କିନ୍ତୁ ଅତିବେଶିରେ ପବନର ବେଗ ୧୨୦ କିଲୋମିଟର ପର୍ଯ୍ୟନ୍ତ ଛୁଇାପାରେ। ସମ୍ଭାବ୍ୟ ବାତ୍ୟା ଦାନାର ମୁକାବିଲା ପାଇଁ ଓଡିଶାର ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ବିପର୍ଯ୍ୟୟ ପରିଚାଳନା ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ମନ୍ତ୍ରୀମାନେ ନିମ୍ନଲିଖିତ ଭାବରେ ଜିଲ୍ଲାଗୁଡ଼ିକର ତଦାରଖ କରିବେ। ଜଗତସିଂହପୁର: ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ବାଲେଶ୍ବର: ପଞ୍ଚାୟତିରାଜ ଏବଂ ଜଳମନ୍ତ୍ରୀ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ରବି ନାୟକଭଦ୍ରକ: କ୍ରୀଡା ଏବଂ ସ୍ବାସ୍ଥ୍ୟ ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀମୟୂରଭଞ୍ଜ: ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଡ. କେ.ସି ମହାପାତ୍ର ପୁରୀ: ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତି ପରିଡାକେନ୍ଦ୍ରାପଡା: ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓଗଞ୍ଜାମ: ବାଣିଜ୍ୟ ଏବଂ ପରିବହନ ମନ୍ତ୍ରୀ ବି.ବି ଜେନା କେନ୍ଦୁଝର: ଖାଦ୍ୟ ଏବଂ ସାଧାରଣ ଯୋଗାଣ ମନ୍ତ୍ରୀ, କେ ସି ପାତ୍ରକଟକ: ଶ୍ରମ, ଆଇନ ମନ୍ତ୍ରୀ, ପୃଥ୍ବୀରାଜ ହରିଚନ୍ଦନ ।