
ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ପୁରୀ-ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ। ଅତି ଭୀଷଣ ରୂପ ନେଇ ବାତ୍ୟା ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ। କିନ୍ତୁ ଅତିବେଶିରେ ପବନର ବେଗ ୧୨୦ କିଲୋମିଟର ପର୍ଯ୍ୟନ୍ତ ଛୁଇାପାରେ ।
ଏହା ପୂର୍ବରୁ ଏସ୍ଆରସି ଦେଓ ରଂଜନ ସିଂ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟା ଯୋଗୁଁ ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନ ଓ ବର୍ଷା ହେବ। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛନ୍ତି। ସହଯୋଗ ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଅଗ୍ନିଶମ, ଓଡ୍ରାଫ୍, ଏନ୍ଡିଆରଏଫ୍, ତଟରକ୍ଷୀ ବାହିନୀ, ନୌସେନା ଓ ବାୟୁସେନା ପ୍ରସ୍ତତ ରହିଛି ।