ଅକ୍ଟୋବର ୨୮ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଆଗାମୀ ୨୮ତାରିଖରେ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି, ଅକ୍ଟୋବର ୨୮ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ।ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି, ଅକ୍ଟୋବର ୨୮ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ।

ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *