ନଭେମ୍ବର ୨ରୁ ୭ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିଦେଶ ଗସ୍ତରେ ଯିବେ। ଉପମୁଖ୍ୟମନ୍ତ୍ରୀ ହେବା ପରେ ଶ୍ରୀମତୀ ପରିଡ଼ା ପ୍ରଥମ ଥର ପାଇଁ ବିଦେଶ ଗସ୍ତ କରୁଛନ୍ତି। ସେ ଆସନ୍ତା ୨ ତାରିଖ ଠାରୁ ୭ ଦିନ ପାଇଁ ଲଣ୍ଡନ ଗସ୍ତରେ ଯିବେ ବୋଲି ଜଣାପଡ଼ିଛି। ‘Tourism Odyssey: Strengthening ties with Diaspora and Industry Leaders” କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀମତୀ ପରିଡ଼ା ସାତଦିନିଆ ଲଣ୍ଡନ ଗସ୍ତ କରିବେ।କେନ୍ଦ୍ର ଓ ରାଜ୍ୟ ସରକାର ପର୍ଯ୍ୟଟନ ଶିଳ୍ପକୁ ଯଥେଷ୍ଟ ଗୁରୁତ୍ବ ଦେଉଛନ୍ତି। ଏହି କ୍ରମରେ ମୋହନ ମାଝୀଙ୍କ ସରକାର ଆର୍ଥିକ ବର୍ଷ ୨୦୨୪-୨୫ ବଜେଟରେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ ଭଲ ପୁଞ୍ଜି ନିବେଶ କରିବାକୁ ଲକ୍ଷ୍ୟ ରଖିଛନ୍ତି ।

ଏଥି ସହିତ ରାଜ୍ୟ ପର୍ଯ୍ୟଟନକୁ ଦେଶୀ-ବିଦେଶୀ ପର୍ଯ୍ୟଟକଙ୍କ ପ୍ରତି ଆକର୍ଷଣ କରିବା ପାଇଁ ଏକାଧିକ ପଦକ୍ଷେପ ନେଇଚନ୍ତି।ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଦେଶ ମାଟିରେ ଶ୍ରୀମତୀ ପରିଡା ଓଡିଶା ପର୍ଯ୍ୟଟନ ବିକାଶର ଅପାର ସମ୍ଭାବନା ଉପରେ ଆଲୋକପାତ କରିବେ। ଏହି ଗସ୍ତ ଓଡିଶାର ପର୍ଯ୍ୟଟନ ପ୍ରତି ବିଦେଶୀ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ସହ ରାଜ୍ୟ ପର୍ଯ୍ୟଟନ ଶିଳ୍ପରେ ଅଧିକ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବ ବୋଲି ଦୃଢ଼ ଆଶା କରାଯାଉଛି ‌ବୋଲି ଲୋକ ସଂପର୍କ ଅଧିକାରୀ ତନୁଜା ମହାନ୍ତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *