ରାଜ୍ୟବାସୀଙ୍କୁ ଦୀପାବଳିର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ‌ପୋଷ୍ଟ କରିଛନ୍ତି ଯେ, ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ।

ଦୀପାବଳି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର ଅଭ୍ୟୁଦୟ ହେଉ ଏତିକି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୋର ପ୍ରାର୍ଥନା ।ଏହା ସହିତ ମୁଖ୍ୟମନ୍ତ୍ରୀ ଅକ୍ଟୋବର ୩୧ ଲୌହମାନବ, ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ‘ରାଷ୍ଟ୍ରୀୟ ଏକତା ଦିବସ’ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ସମସ୍ତେ ଏକତ୍ରିତ ହେବା, ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବା ।

Leave a Reply

Your email address will not be published. Required fields are marked *