
ଭଞ୍ଜନଗର (ଓଡ଼ିଶା ଟୁଡେ): ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ପୃଷ୍ଟି, ଭଞ୍ଜନଗର ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀ ବିଶ୍ଵରଞ୍ଜନ କର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାଜୀବ ଲୋଚନ ପଣ୍ଡା ଛତ୍ରପୁର, ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୧୭ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୧୦୯ଟି ଥିବାବେଳେ ଗ୍ରାମୀୟ ଅଭିଯୋଗ ୮ଟି ଥିଲା, ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ ୧୮ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯାଗ ସମୟରେ ତେର ଜଣଙ୍କୁ ବିଧବା ଭତ୍ତା ଓ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିଲା। ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ ।
ଏହି ଅଭିଯୋଗ ଶୁଣାଣି ସମୟରେ ଘୁମୁସର ତହସିଲଦାର ଶ୍ରୀ ଉମାଶଙ୍କର ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ଅମିତା ପଟ୍ଟନାୟକ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଭଞ୍ଜନଗର ଏସ ଧନଞ୍ଜୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଶ୍ରୀ କୃଷ୍ଣ ଚନ୍ଦ୍ର ବେହେରା, ଭଂଜନଗର ସହାୟକ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର ମହାପାତ୍ର, ଭଞ୍ଜନଗର ଥାନା ଅଧିକାରୀ ଶ୍ରୀ କୁମାର ମୁଦୁଲି, ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l