ସମୀର ଦେଙ୍କ ବିୟୋଗରେ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଶୋକ

ନୂଆଦିଲ୍ଲୀ : କେନ୍ଦ୍ର ରେଳ, ସୂଚନା ଏବଂ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ବୈଷ୍ଣବ ଆଜି ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ବୈଷ୍ଣବ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ‘‘ଆମ ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସମୀର ଦେ’ଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ lଦାଦା ଜଣେ ଉଚ୍ଚକୋଟୀର ରାଜନେତା, ସମାଜସେବୀ ଥିଲେ । କଟକ ସହରର ଉନ୍ନତିକରଣ କ୍ଷେତ୍ରରେ ତାଙ୍କର ଅବଦାନ ଚିରସ୍ମରଣୀୟ lଏଭଳି ଦୁଃଖ ସମୟରେ ମୁଁ ତାଙ୍କ ପରିବାରବର୍ଗ, ବନ୍ଧୁ ଓ ଶୁଭେଚ୍ଛୁମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ସ୍ଵର୍ଗତ ଅମର ଆତ୍ମାର ସଦଗତି କାମନା ନିମନ୍ତେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି l’’

Leave a Reply

Your email address will not be published. Required fields are marked *