ମାର୍ଚ୍ଚ ୭ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ ଏବଂ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ।ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ହିତାଧିକାରୀମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ଯାହାର ଆଧାର କାର୍ଡ ସହ ରାସନ୍ କାର୍ଡ ମ୍ୟାଚ୍ ନାହିଁ, ସେମାନେ ବ୍ୟାଙ୍କରେ ଆଧାର ଲିଙ୍କ କଲେ, ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା। ଅନ୍ୟପଟେ ବଣ୍ଡା ଘାଟିରେ ସୁଭଦ୍ରା ଯୋଜନାରୁ ବଞ୍ଚିତ ମହିଳାଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ, ସେମାନଙ୍କୁ ଯୋଜନାରେ ସାମିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା । ସେ କହିଛନ୍ତି, ଏବେ ଆବେଦନ ଲାଗି ସମୟ ଅଛି। ଏଣୁ ବ୍ୟସ୍ତ ହେବାର କିଛି ନାହିଁ। ତେବେ ୨ ଲକ୍ଷ ୬୭ ହଜାର ଅଯୋଗ୍ୟଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି ।

୨୨ ପ୍ରତିଶତ କାମ ସମାଧାନ ହେଇସାରିଛି, ଏବେ କେବଳ ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ। ତେବେ ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କ ସମ୍ମୁଖରେ ବର୍ତ୍ତମାନ ପ୍ରବଳ ଭିଡ଼ ରହୁଛି । ତେବେ ବ୍ୟାଙ୍କରେ ଅଯଥା ଭିଡ଼ ନକରିବାକୁ କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ହିତାଧିକାରୀମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ଯାହାର ଆଧାର କାର୍ଡ ସହ ରାସନ୍ କାର୍ଡ ମ୍ୟାଚ୍ ନାହିଁ, ସେମାନେ ବ୍ୟାଙ୍କରେ ଆଧାର ଲିଙ୍କ କଲେ, ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା। ଅନ୍ୟପଟେ ବଣ୍ଡା ଘାଟିରେ ସୁଭଦ୍ରା ଯୋଜନାରୁ ବଞ୍ଚିତ ମହିଳାଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ, ସେମାନଙ୍କୁ ଯୋଜନାରେ ସାମିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା ।

Leave a Reply

Your email address will not be published. Required fields are marked *