ସୋହେଲାରେ ଆୟୋଜିତ ବିଶାଳ ଚାଷୀ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବରଗଡ଼: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବରଗଡ଼ ଜିଲ୍ଲା ସୋହେଲାର ଇଚ୍ଛାପାଲି ପଡ଼ିଆଠାରେ ଆୟୋଜିତ ବିଶାଳ ଚାଷୀ ସମାବେଶରେ ଚାଷୀଙ୍କୁ ୮୦୦ ଟଙ୍କାର ବୋନସ୍ ପ୍ରଦାନ କରାଯିବାର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ସାଂସଦ ପ୍ରଦୀପ ପୁରୋହିତ, ବିଧାୟକ ଈରାଶିଷ ଆଚାର୍ଯ୍ୟ, ଅଶ୍ବିନୀ ଷଡ଼ଙ୍ଗୀ ଓ ସନତ ଗଡ଼ତିୟା, ପଦ୍ମଶ୍ରୀ ହଳଧର ନାଗ ଓ ପଦ୍ମଶ୍ରୀ ଭାଗବତ ପ୍ରଧାନ ପ୍ରମୁଖ ଉପସ୍ଥିତ ଅଛନ୍ତି।ପୂର୍ବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ସୋହେଲାର ହଳଦୀପାଲି ପଡ଼ିଆକୁ ଆସି ଚାଷୀଙ୍କୁ ୧୦୦ ଟଙ୍କା ବୋନସଦେବାକୁ କହି ଠକିଥିଲେ। ସେହି ପଡ଼ିଆରେ ବିଜେପି ସରକାର ଚାଷୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ବରଗଡ଼ ଆସିଛନ୍ତି।ଚାଷୀଙ୍କୁ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ରକ୍ଷା ପାଇଁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରଗଡ଼ ଗସ୍ତରେ ଯାଇଛନ୍ତି। ବରଗଡ଼ ଜିଲ୍ଲା ସୋହେଲା ଗସ୍ତ କରି ଚାଷୀମାନଙ୍କୁ ୮ ଶହ ଟଙ୍କା ସବସିଡି ଡିବିଟି ମାଧ୍ୟମରେ ପ୍ରଦାନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତ ।

Leave a Reply

Your email address will not be published. Required fields are marked *