୫୦୦୦ ଡାକ୍ତର ଓ ୩୦୦୦ ପାରା ମେଡିକାଲ ଷ୍ଟାଫଙ୍କୁ ନିଯୁକ୍ତି ଦେବେ ସରକାର

ଭୁବନେଶ୍ବର: ଭଦ୍ରକ ଜିଲ୍ଲାରେ ଖୁବ ଶୀଘ୍ର ମେଡିକାଲ କଲେଜ ଖୋଲିବ ବୋଲି ଆଜି ଗୃହରେ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନକ୍ରମେ ମେଡିକାଲ ନିଯୁକ୍ତି ପ୍ରକ୍ରିୟାରେ ଦୁଇଟି ସଂଶୋଧନ କରାଯାଇଛି। ଏହି କ୍ରମରେ ଖୁବ୍ ଶୀଘ୍ର ୫୦୦୦ ଡାକ୍ତର ଓ ୩୦୦୦ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି ପାଇଁ ରାଜ୍ୟ ସରକାର ବିଜ୍ଞାପନ ପ୍ରକାଶ କରିବେ। ଏଥିପାଇଁ ପ୍ରକ୍ରିୟା ଜାରି ରହିଛି।ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନକ୍ରମେ ମେଡିକାଲ ନିଯୁକ୍ତି ପ୍ରକ୍ରିୟାରେ ଦୁଇଟି ସଂଶୋଧନ କରାଯାଇଛି। ଏହି କ୍ରମରେ ଖୁବ୍ ଶୀଘ୍ର ୫୦୦୦ ଡାକ୍ତର ଓ ୩୦୦୦ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି ପାଇଁ ରାଜ୍ୟ ସରକାର ବିଜ୍ଞାପନ ପ୍ରକାଶ କରିବେ। ଏଥିପାଇଁ ପ୍ରକ୍ରିୟା ଜାରି ରହିଛି। ଏଣେ ରାଜ୍ୟର ସମସ୍ତ ୩୦ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ୨୦୧୪ ମସିହା ପରେ ଯେତେ ସବୁ ବଡ଼ ମେଡିକାଲ କଲେଜ ଖୋଲିଛି, ସେଥିପାଇଁ ୨୫୦ ରୁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେଉଛି ବୋଲି ସେ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *