ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡ଼କୁ ଗତି କରିଛି। ଏହା ଆଜି ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି।ଏହା ଆହୁରି ଅଧିକ ଘନୀଭୂତ ହୋଇ ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଜାରି ରହିଛି। ଆସନ୍ତାକାଲି ଯାଏଁ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *