ମୋଦୀଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ

କୁଏତ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କୁଏତ ଗସ୍ତର ଶେଷ ଦିନରେ ତାଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍ କବୀର’ ପ୍ରଦାନ କରାଯାଇଛି । ରବିବାର କୁଏତର ବାୟାନ୍ ପ୍ୟାଲେସରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ଏହାପରେ କୁଏତ୍ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏହାର ସର୍ବୋଚ୍ଚ ସମ୍ମାନ ଅର୍ଡର ଅଫ୍ ମୁବାରକ୍ ଅଲ୍ କବୀରରେ ସମ୍ମାନିତ କରିଥିଲେ। ବାୟାନ୍ ପ୍ୟାଲେସ କୁଏତରେ ଶକ୍ତିର ପ୍ରତୀକ ଏବଂ ଅନେକ ଦେଶର ଦୂତାବାସ ମଧ୍ୟ ଏଠାରେ ଅଛି ।ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦିଆଯାଇଥିବା ଏହା ହେଉଛି ୨୦ତମ ଅନ୍ତର୍ଜାତୀୟ ସମ୍ମାନ। ଏହା ବିଦେଶୀ ରାଷ୍ଟ୍ରମୁଖ୍ୟ ଏବଂ ବିଦେଶୀ ରାଜ ପରିବାରର ସଦସ୍ୟମାନଙ୍କୁ ପ୍ରଦାନ କରାଯାଏ । ପୂର୍ବରୁ ବିଲ୍ କ୍ଲିଣ୍ଟନ୍, ପ୍ରିନ୍ସ ଚାର୍ଲ୍ସ ଓ ଜର୍ଜ ବୁଶଙ୍କ ଭଳି ବିଦେଶୀ ନେତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦିଆଯାଇଥିବା ଏହା ହେଉଛି ୨୦ତମ ଅନ୍ତର୍ଜାତୀୟ ସମ୍ମାନ ।

ଏହା ବିଦେଶୀ ରାଷ୍ଟ୍ରମୁଖ୍ୟ ଏବଂ ବିଦେଶୀ ରାଜ ପରିବାରର ସଦସ୍ୟମାନଙ୍କୁ ପ୍ରଦାନ କରାଯାଏ । ପୂର୍ବରୁ ବିଲ୍ କ୍ଲିଣ୍ଟନ୍, ପ୍ରିନ୍ସ ଚାର୍ଲ୍ସ ଓ ଜର୍ଜ ବୁଶଙ୍କ ଭଳି ବିଦେଶୀ ନେତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।ଭାରତ ସରକାର ଉପସାଗରୀୟ ଦେଶଗୁଡ଼ିକ ସହ ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ କାର୍ଯ୍ୟ କରୁଛନ୍ତି। ଭାରତ-କୁଏତ ସମ୍ପର୍କକୁ ବିଶେଷ କରି ବାଣିଜ୍ୟ, ପୁଞ୍ଜିନିବେଶ ଏବଂ ଶକ୍ତି କ୍ଷେତ୍ରରେ ଏକ ନୂତନ ଗତି ପ୍ରଦାନ ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ମୋଦୀ କୁଏତର ଅମୀର ଶେଖ୍ ମେଶାଲ ଅଲ-ଅହମ୍ମଦ ଅଲ-ଜାବେର ଅଲ୍-ସବାଙ୍କ ସହ ଆଲୋଚନା କରିଛନ୍ତି ।

Leave a Reply

Your email address will not be published. Required fields are marked *