ଆସନ୍ତାକାଲି ଭୁବନେଶ୍ୱର ଆସିବେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି

ଭୁବନେଶ୍ୱର: ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଆସନ୍ତାକାଲି ଭୁବନେଶ୍ୱର ଆସିବେ। ସେ ୩ ତାରିଖରେ ଶପଥ ଗ୍ରହଣ କରିବେ। ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଶପଥ ପାଠ କରାଇବେ। ସୂଚନା ଅନୁଯାୟୀ ନବନିଯୁକ୍ତ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଅପରାହ୍ଣ ୩ଟା ବେଳେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ।ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଆସନ୍ତାକାଲି ଭୁବନେଶ୍ୱର ଆସିବେ। ସେ ୩ ତାରିଖରେ ଶପଥ ଗ୍ରହଣ କରିବେ। ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଶପଥ ପାଠ କରାଇବେ। ସୂଚନା ଅନୁଯାୟୀ ନବନିଯୁକ୍ତ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଅପରାହ୍ଣ ୩ଟା ବେଳେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ।ଉଲ୍ଲେଖଯୋଗ୍ୟ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରିଥିଲେ। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଥିଲେ ଏବଂ ତାଙ୍କ ସ୍ଥାନରେ ମିଜୋରାମର ରାଜ୍ୟପାଳ ଥିବା ଡକ୍ଟର ହରି ବାବୁ କମ୍ଭମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ ।

Leave a Reply

Your email address will not be published. Required fields are marked *