ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି: ପ୍ରବାସୀ ଭାରତୀୟଙ୍କୁ ସମ୍ମାନୀତ କରିବେ

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ । ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଆଜି ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ ।

ରାଷ୍ଟ୍ରପତି ଅପରାହ୍ନ ୩.୦୦ ଟାରେ ଗୌହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନ ଯୋଗେ ବାହାରି ଅପରାହ୍ଣ ୪ ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।ଆସନ୍ତା କାଲି ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି । ଗୁରୁବାର ଆନୁଷ୍ଠାନିକ ଭାବରେ ପ୍ରବାସୀ ଭାରତୀୟ ଦିବସ ୨୦୨୫ ଉଦ୍‌ଘାଟିତ ହୋଇଯାଇଛି । ସମ୍ମିଳନୀର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଉଦ୍‌ଘାଟନ କରିଛନ୍ତି ।

ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦ୍‌ଯାପନୀ ସମାରୋହ। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବାର କାର୍ଯ୍ୟକ୍ରମ ଅଛି। ରାଷ୍ଟ୍ରପତି ପ୍ରବାସୀ ଭାରତୀୟଙ୍କୁ ପ୍ରବାସୀ ଭାରତୀୟ ସମ୍ମାନରେ ସମ୍ମାନୀତ କରିବେ l

Leave a Reply

Your email address will not be published. Required fields are marked *