
ଭଞ୍ଜନଗର (ଓଡ଼ିଶା ଟୁଡେ): ଭଞ୍ଜନଗର ବ୍ଳକ ର ବଡକୋଦଣ୍ଡା କ୍ଲଷ୍ଟର ଅନ୍ତର୍ଗତ ବଡକୋଦଣ୍ଡା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଧାଂଶୁ ଶେଖର ବେହେରାଙ୍କ ତତ୍ତ୍ୱାବଧାନରେ ଏବଂ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବଳରାମ ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବଡକୋଦଣ୍ଡା ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀ ମତି ରେଶମା କୁମାରୀ ନାୟକ ଯୋଗଦେଇ ଥିବାବେଳେ, ସମ୍ମାନୀତ ଅତିଥି ରୂପେ ଯୋଗଦେଇ ଥିଲେ ପୂର୍ବତନ ସିଆରସିସି ମୋହନ ସାହୁ, ସିଆରସିସି ଦ୍ଵିତୀକୃଷ୍ଣ ଲେଙ୍କା, ପ୍ରଧାନ ଶିକ୍ଷକ ମନୋରଞ୍ଜନ ପଣ୍ଡା, ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ମତି ସସ୍ମିତା କୁମାରୀ ତ୍ରିପାଠୀ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ପ୍ରଦୋଷ ରଞ୍ଜନ ହୋତା, ପ୍ରସନ୍ନ କୁମାର ସେଠୀ। ଉପସ୍ଥିତ ସମସ୍ତ ଅତିଥି ଗଣ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ନିଜର ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟର ସଭାପତି ବଳରାମ ବେହେରା ଙ୍କ ରଚିତ ଓ ନିର୍ଦ୍ଦେଶିତ ସଚେତନତା ଧର୍ମୀ ଦୁଇଟି ନାଟକ ” ଦୁଃଖ ” ଏବଂ ” ପରିବେଶ ସୁରକ୍ଷା ” ମଞ୍ଚସ୍ଥ ହୋଇଥିଲା ଏବଂ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଯଥା ସୁନୀତା କୁମାରୀ ବେହେରା (କ), ସୁନୀତା କୁମାରୀ ବେହେରା (ଖ), ସନ୍ଧ୍ୟାରାଣୀ ପଟ୍ଟନାୟକ, ଅନ୍ୱେଷା ମିଶ୍ର, ସୁହାନୀ ସେଠୀ, ଜବାହର ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ନିଳାଞ୍ଚଳ ପ୍ରଧାନ ଏବଂ ବିଦ୍ୟାଳୟର ଛାତ୍ରଛାତ୍ରୀ, ପୁରାତନ ଛାତ୍ର ସଂସଦ, ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ, ଗ୍ରାମବାସୀ, ଅନ୍ୟ ବିଦ୍ୟାଳୟ ର ଶିକ୍ଷକ ଉପସ୍ଥିତ ରହି ସମସ୍ତ ପ୍ରକାରର ସାହାଯ୍ୟ ଓ ସହଯୋଗ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ପ୍ରାକ୍ତନ ସିଆରସିସି ମୋହନ ସାହୁ ସଂଯୋଜନା କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ପ୍ରାୟ ପାଞ୍ଚ ଶହରୁ ଉର୍ଦ୍ଧ୍ବ ଜନସାଧାରଣ ଉପସ୍ଥିତ ରହିଥିଲେ। ସମସ୍ତଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା ।