ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ ଭୁବନେଶ୍ବର: ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଉପଲବ୍ଧ ହେବ। ଏନେଇ ସୋମବାର ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନ୍ୟାସନାଲ୍ ହେଲଥ ଅଥରିଟି ଓ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି।ଏହି ଯୋଜନା ଦ୍ବାରା ୧ କୋଟି ୩ଲକ୍ଷ ପରିବାର ଉପକୃତ ହେବେ । ୨୩ ଲକ୍ଷରୁ ଅଧିକ ୭୦ ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ଚିକିତ୍ସା ସୁବିଧା ପାଇବେ ।ଚିକିତ୍ସା କ୍ଷେତ୍ରରେ ଏହି ଯୋଜନା ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ। ହିତାଧିକାରୀ ଦେଶର ୨୯ ହଜାରରୁ ଅଧିକ ଚିକିତ୍ସାଳୟରେ ଚିକିତ୍ସା ସୁବିଧା ପାଇପାରିବେ।ପ୍ରତ୍ୟେକ ପଞ୍ଚାୟତରେ ପ୍ରତିଷ୍ଠା ହେବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରତିଷ୍ଠା ହେବ ।

ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ନେଇ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ଲେଖିଛନ୍ତି.ଏହା ପ୍ରକୃତରେ ଏକ ଦୁଃଖଦାୟକ ଥିଲା ଯେ, ଓଡ଼ିଶାର ପୂର୍ବତନ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରି ନଥିଲେ ।

ଏହି ଯୋଜନା ରାଜ୍ୟବାସୀଙ୍କୁ ସୁଲଭ ମୂଲ୍ୟରେ ସର୍ବୋଚ୍ଚ-ଗୁଣାତ୍ମକ ସ୍ୱାସ୍ଥ୍ୟସେବା ନିଶ୍ଚିତ କରିବ। ଏହା ବିଶେଷ ଭାବରେ ନାରୀଶକ୍ତି ଏବଂ ଓଡିଶାର ବୃଦ୍ଧବୃଦ୍ଧାଙ୍କୁ ଉପକୃତ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *