ପୁଣ୍ୟତୋୟା ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପାଟଣା: ଆଜି ସକାଳେ ଦିଲ୍ଲୀ ଗସ୍ତରୁ ଫେରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଣ୍ୟତୋୟା ବୈତରଣୀରେ ମକର ବୁଡ଼ ପକାଇଛନ୍ତି। ସେ କେନ୍ଦୁଝର ଜିଲ୍ଲା ପାଟଣାରେ ଥିବା ବୈତରଣୀ ନଦୀର ଅନସୂୟା ତୀର୍ଥ ଘାଟରେ ବୁଡ଼ ପକାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ଦୁଇଜଣ ବନ୍ଧୁ ମଧ୍ୟ ବୈତରଣୀରେ ବୁଡ଼ ପକାଇଛନ୍ତି। ବୁଡ଼ ପକାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ପରମେଶ୍ବର ମନ୍ଦିର ଓ ଆନନ୍ଦେଶ୍ବେର ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ଏହାପରେ ସେ କେନ୍ଦୁଝର ଯିବେ ବୋଲି ଜଣାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତିନିଦିନଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସିଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଣ୍ୟତୋୟା ବୈତରଣୀରେ ମକରବୁଡ଼ ପକାଇଛନ୍ତି। ସେ କେନ୍ଦୁଝର ଜିଲ୍ଲା ପାଟଣାରେ ଥିବା ବୈତରଣୀ ନଦୀର ଅନସୂୟା ତୀର୍ଥ ଘାଟରେ ବୁଡ଼ ପକାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ଦୁଇଜଣ ବନ୍ଧୁ ମଧ୍ୟ ବୈତରଣୀରେ ବୁଡ଼ ପକାଇଛନ୍ତି। ବୁଡ଼ ପକାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ପରମେଶ୍ବର ମନ୍ଦିର ଓ ଆନନ୍ଦେଶ୍ବେର ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ଏହାପରେ ସେ କେନ୍ଦୁଝର ଯିବେ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ୨୦୨୨ରେ ବିଧାୟକ ଥିବା ବେଳେ ପାଟଣାରେ ଥିବା ବୈତରଣୀ ନଦୀର ଅନସୂୟା ତୀର୍ଥ ଘାଟରେ ବୁଡ଼ ପକାଇଥିଲେ ।

Leave a Reply

Your email address will not be published. Required fields are marked *