୨୦ରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ପୁରୀ : ଚଳିତ ମାସ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ ପରୀକ୍ଷାମୂଳକ ନୁହେଁ, ସିଧାସଳଖ ଆରମ୍ଭ ହେବ ଧାଡ଼ି ଦର୍ଶନ। ମାର୍କେଟ ଛକ ଯାଏ ଧାଡ଼ି ହେବ। ଏନେଇ ସମସ୍ତ ପ୍ରସ୍ତୁତି ସରିଛି।ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ। ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ। ଭିନ୍ନକ୍ଷମ ଓ ବୟସ୍କମାନଙ୍କ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *